Country

କଳାହାଣ୍ଡି ଜିଲ୍ଲା କୋକସରା: ଗ୍ରାହକ ସେବା କେନ୍ଦ୍ରରୁ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗରେ ପୁଲିସ ଜଣେ ଅଭିଯୁକ୍ତ ଯୁବକକୁ ଗିରଫ କରି କୋର୍ଟ ଚାଲାଣ

କଳାହାଣ୍ଡି ଜିଲ୍ଲା କୋକସରା: ଗ୍ରାହକ ସେବା କେନ୍ଦ୍ରରୁ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗରେ ପୁଲିସ ଜଣେ ଅଭିଯୁକ୍ତ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ‌‌ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡପୋଡାଗୁଡା ଗାଁର ଜଗଦୀଶ ଚନ୍ଦ୍ର ସିଂ। ସେ ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବା କେନ୍ଦ୍ର ଖୋଲି ବ୍ୟାଙ୍କ ସେବା ଯୋଗାଇ ଆସୁଥିଲେ। ହେଲେ ଜମାକାରୀଙ୍କ ଅଜାଣତରେ ଆଧାର ସଂଯୋଗ ଥିବା ବାୟୋମେଟ୍ରିକ ଟିପ ଚିହ୍ନ ନେଇ ସେମାନଙ୍କ ଆକାଉଣ୍ଟରୁ ୮ ଲକ୍ଷରୁ ଅଧିକ ଟଙ୍କା ଉଠାଇ ଫେରାର ହୋଇଯାଇଥିଲେ।ଗ୍ରାହକ ସେବା କେନ୍ଦ୍ର ବନ୍ଦ ରହିବା ପରେ ଜାମାକାରୀମାନେ ଆକାଉଣ୍ଟ ଚେକ କରିବାରୁ ଟଙ୍କା ନଥିବା ଜାଣିବାକୁ ପାଇଥିଲେ। ଜମାକାରୀମାନେ ଏନେଇ ଆମପାଣି ଷ୍ଟେଟବ୍ୟାଙ୍କ ପରିଚାଳକଙ୍କୁ ଅଭିଯୋଗ କରିଥିଲେ। ବ୍ୟାଙ୍କ କର୍ତ୍ତୃପକ୍ଷ ଖୋଳତାଡ କରିବା ପରେ ଜଣାପଡିଥିଲା ଜଗଦୀଶ ସିଂ ଟଙ୍କା ହଡପ କରିଛି। ପରେ ବ୍ୟାଙ୍କ ମ୍ୟାନେଜର ଗତ ୮ ତାରିଖରେ ଆମପାଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତ ଜଗଦୀଶ ସିଂଙ୍କ ମୋବାଇଲ ଟ୍ରାକ କରି ବଲାଙ୍ଗୀର ଜିଲ୍ଲା ପାଟଣାଗଡରୁ ଗିରଫ କରିଛି। ଅଭିଯୁକ୍ତ ନିକଟରୁ ନଗଦ ୧ ଲକ୍ଷ ଟଙ୍କା ଓ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି।

ଭବାନୀପାଟଣା ରୁ ପ୍ରମୋଦ କୁମାର ସାହୁ ସମର୍ଥ ନିୟୁଜ

Related Articles

Back to top button