LIVE TV

ତମ୍ଵାସିନା ସ୍କୁଲରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ।

କଣ୍ଟାମାଳ, ତା୧୨/୧୦:(ପ୍ରଭାତ କୁମାର ସାହୁ) ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ଓଡିଶା ସରକାରର ଶିକ୍ଷା ବିଭାଗ ଦ୍ଵାରା ଆୟୋଜିତ ହେଉଥିବା ସୁରଭି କାର୍ଯ୍ୟକ୍ରମ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ଘଣ୍ଟାପଡ଼ା କ୍ଳଷ୍ଟର ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ତମ୍ଵାସିନା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ରୂପା ସିଂ କ୍ଷେତିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ପବିତ୍ର ମୋହନ ଦୀପଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମରେ ସ୍ଥାନୀୟ ଘଣ୍ଟାପଡ଼ା ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ରିତା କହଁର ମୁଖ୍ୟ ଅତିଥିଭାବେ ଯୋଗଦେଇ ସରକାରଙ୍କଦ୍ଵାରା ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଉପରେ ମନ୍ତବ୍ୟ ରଖିଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟୀର ଅଧ୍ୟକ୍ଷ ଗୋପୀନାଥ କହଁର ଉପସ୍ଥିତ ରହିଥିଲେ।ପରେ କ୍ଳଷ୍ଟର ୧୮ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀଙ୍କ ଦ୍ଵାରା ନାଚଗୀତର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରି ପରବର୍ତ୍ତୀ ବ୍ଳକ ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ପାଇଁ ମନୋନୀତ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ସହଯୋଗ କରିଥିଲେ।

 

କଣ୍ଟାମାଳରୁ ବ୍ଳକ ପ୍ରତିନିଧି ପ୍ରଭାତ କୁମାର ସାହୁ

Related Articles

Back to top button