ସିଡିଏମ୍ଓଙ୍କ କାର୍ଯ୍ୟାଳୟ ଠାରେ ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗର ୪ ଟି ୧୦୮ ଆମ୍ବୁଲାନ୍ସସର ଲୋକାପର୍ପଣ କଲେ ମନ୍ତ୍ରୀ |

ବୌଦ୍ଧ -12-10-(ହୃଦାନନ୍ଦ ମେହେର )-ବୌଦ୍ଧ ସିଡିଏମ୍ଓଙ୍କ କାର୍ଯ୍ୟାଳୟ ଠାରେ ଗୁରୁବାର ଦିନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସ୍ୱାସ୍ଥ୍ୟ ବିଭାଗର ୪ ଟି ନୂତନ ୧୦୮ ଆମ୍ବୁଲାନ୍ସସର ଲୋକାର୍ପଣ କରିଛନ୍ତି । ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଅଧକାରୀ ଡାକ୍ତର ଜୟକୃଷ୍ନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଜ଼ିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ, ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ ଯୋଗଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗର ୪ ଟି ନୂତନ ୧୦୮ ଆମ୍ବୁଲାନ୍ସସର ଲୋକାର୍ପଣ କରି ଜ଼ିଲ୍ଲାର ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମକୁ ଜ଼ିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ର ପରିଚାଳନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂ ଙ୍କ ସମତେ ସ୍ୱାସ୍ଥ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।
ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ସମର୍ଥ ନିୟୁଜ ଓଡ଼ିଶା