Country
ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

ବୌଦ୍ଧ -୨୬/୧୦-(ହୃଦାନନ୍ଦ ମେହେର)-ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି l ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ 28 ତାରିଖରେ ମର୍ଜାକୁଦ ସେତୁ ଛକ ଠାରେ ପଥୋତ୍ସବ ଆୟୋଜନ କରାଯିବା ନେଇ ନିଷ୍ପତି ହୋଇଥିଲା । ସ୍ବତନ୍ତ୍ର ଭୋଟ ତାଲିକା ସଂଶୋଧନ ସଚେତନତା ପାଇଁ ପଥୋତ୍ସବ, ସଚେତନ ସଭା , ୱାକାଥନ ଆୟୋଜନ କରାଯିବ । ବୈଠକରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ, ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ , ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର , ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁରଙ୍କ ସମତେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ ।
ବୌଦ୍ଧରୁ ଜିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ସମର୍ଥ ନିୟୁଜ ଓଡ଼ିଶା




