ଆମ୍ବଗାଁରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଓ ସମାଧାନ ଶିବିର


କଣ୍ଟାମାଳ, ୩୦|୧୦(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଆମ୍ବଗାଁ ପଞ୍ଚାୟତ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ,ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରୀପାଠୀ, ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁର , କଣ୍ଟାମାଳ ବିଡ଼ିଓ ସାମୀ ଜୟଶ୍ରୀ ରେଡ୍ଡୀ, କଣ୍ଟାମାଳ

ତହସିଲଦାର ଶ୍ୱେତପଦ୍ମା ଯୋଶୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜଳଛାୟା ପ୍ରକଳ୍ପ ଅଧିକାରୀ ପ୍ରଦୀପ୍ତ ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜ୍ଜୁର୍, ବ୍ଲକ ଶିକ୍ଷା ଅଧିକାରୀ ସନୋଜ୍ ସେଠୀଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦାନ କରି ଲୋକମାନଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ ଏବଂ ସ୍ଥାନୀୟ ପଞ୍ଚାୟତର ସରପଞ୍ଚ ପ୍ରତିମା ରଣା, ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ, ନଂ୧ଜୋନର ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।ଏହି ଶିବିରରେ ସମୁଦାୟ ୧୮୦ଟି ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୧୭୬ ଟି ବ୍ୟକ୍ତିଗତ ଓ ୪ଟି ସାମୁହିକ ମାମଲା ପଞ୍ଜୀକୃତ ହୋଇଥିଲା । ୪ ଜଣଙ୍କୁ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡସରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା। ଜଣେ ଭିନ୍ନକ୍ଷମ କ ଟ୍ରାଇସାଇକେଲ ଓ ୨ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।

କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




