Country

‍କନ୍ଧମାଳ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି, ମିଲେଟସ୍ ଓ କଳା ଉତ୍ସବ ଉଦଯାପିତ

କନ୍ଧମାଳ:(ସମର୍ଥ ନ୍ୟୁଜ): କନ୍ଧମାଳ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି, ମିଲେଟସ୍ ଓ କଳା ଉତ୍ସବ ୨୦୨୩ ବାଲିଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବଟିକୁ କନ୍ଧମାଳ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉକ୍ତ ଉଦଯାପନୀ ଉତ୍ସବରେ ଅନ୍ୟତମ ମୂଖ୍ୟ ଅତିଥି

ଭାବରେ ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ତୁଷାରକାନ୍ତି ସାମଲ ସମ୍ମାନୀତ ଅତିଥି ଭାବରେ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିରୁପମା ଦୋରା, ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅମିତା ସ୍ମିତା ନାୟକ, ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମଦନ ସୁନ୍ଦର ନାୟକ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଏଥିରେ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ୍ ରୁ ପାଖାପାଖି ୫୦୦ ପ୍ରତିଯୋଗୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ପ୍ରତିଯୋଗିତା ଶେଷରେ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ମଳିକ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର, ବାଲିଗୁଡ଼ା ଏନଏସି ଅଧକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଶେଷରେ ଅତିଥି ମାନଙ୍କ ଦ୍ଵାରା କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅମିତା ସ୍ମିତା ନାୟକ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝି, ବିଆରସିସି ବଳରାମ ବେହେରା, ଏବିଇଓ ବଂଶୀଧର ସାହୁ, ଏବିଇଓ ପ୍ରଭାକର ତ୍ରିପାଠୀ, ବାଲିଗୁଡ଼ା ଏନଏସି ର ସିଆରସିସି ଅମୂଲ୍ୟ କୁମାର ନାୟକ ଙ୍କ ସମେତ ବାଲିଗୁଡ଼ା ବ୍ଲକ୍ ର ସମସ୍ତ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଫିରିଙ୍ଗିଆ ବ୍ଲକ୍ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରରେ ପ୍ରତିଯୋଗିତା କରିବା ପାଇଁ ଯୋଗ୍ୟ ବିବେଚିତ ହେବା ସଂଗେ ସଂଗେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନେ ରାଜ୍ୟ ସ୍ତରରେ ପ୍ରତିଯୋଗିତା କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଷ୍ଟଲ ଓ ମିଲେଟସ୍ ଷ୍ଟଲ ଥିଲା କାର୍ଯ୍ୟକ୍ରମ ର ମୁଖ୍ୟ ଆକର୍ଷଣ । ଶେଷରେ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମଦନ ସୁନ୍ଦର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।‍‍‍

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ସମର୍ଥ ନ୍ୟୁଜ ଓଡିଶା

Related Articles

Back to top button