କଣ୍ଟାମାଳରେ ନିର୍ମାଣ ଶ୍ରମିକଙ୍କୁ ସହାୟତା ପ୍ରଦାନ !


କଣ୍ଟାମାଳ, ୧୦।୧୧: (ପ୍ରଭାତ କୁମାର ସାହୁ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ସହାୟତା ଅଧୀନରେ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ କରାଯାଇଛି । କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନିର୍ମାଣ ଶ୍ରମିକମାନଙ୍କୁ ମୃତ୍ୟୁକାଳୀନ ସହାୟତା, ବିବାହ ସହାୟତା, ଶିକ୍ଷା ସହାୟତା, ଆଦି ଅନେକ ପ୍ରକାର ସହାୟତା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା, କଣ୍ଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ, ଜିଲ୍ଲା ଶ୍ରମ ଅଧିକାରୀ ସୁଶାନ୍ତ କୁମାର ପାଇକରାୟ, ଜିଲ୍ଲା ପରିଷଦ ସଭ୍ୟ ପ୍ରମୁଖ ଉପସ୍ଥିତ ରହି ଶ୍ରମିକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମୁଦାୟ ୯୫୫ ଜଣ ନିର୍ମାଣ ଶ୍ରମିକ ଅଂଶଗ୍ରହଣ କରିଥିଲେ । ସମୁଦାୟ ୧୨୯୧ଜଣ ଶ୍ରମିକଙ୍କୁ ୬କୋଟି ୪୩ଲକ୍ଷ ୨୯ହଜାର ୨ଶହ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଜିଲ୍ଲା ଶ୍ରମ ବିଭାଗର କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




