State

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

ବିଭିନ୍ନ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

 

ବିନିକା, ୧୩/୧୧ (ସମର୍ଥ ନ୍ୟୁଜ୍) 

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୧ ଗୋଟି, ସାମୁହିକ ଦରଖାସ୍ତ 0୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା, ଶ୍ରୀପ୍ରମୋଦ ଚନ୍ଦ୍ର ମେହେରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀସନତ କୁମାର ନାୟକ , ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ ,ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ନିର୍ବାହୀ ଯନ୍ତ୍ରୀ ପିଏଚଡି ଇଂ ଏ କେ ମୂର୍ତ୍ତି,ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ସତ୍ୟ ନାରାୟଣ ପ୍ରଧାନ, ଆଇ ଆଇ ସି ବିନିକା ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ବ୍ଲକ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି ଶିବିରର ପ୍ରଚାର ପ୍ରସାର ଠିକ୍ ଭାବରେ ବ୍ଲକ ପ୍ରଶାସନ କରୁନଥିବାରୁ ଗ୍ରାମାଞ୍ଚଳର ଲୋକେ ଏଥିରେ ଉପକୃତ ହୋଇପାରୁନାନ୍ତି। ଏବଂ ଅଭିଯୋଗ ଶୁଣାଣି ବିଷୟରେ ତାଙ୍କୁ କୌଣସି ସୂଚନା ଦିଆଯାଉନଥିବା ବିନିକା – ୧ ଜିଲ୍ଲା ପରିଷଦ ସଭ୍ୟା ପ୍ରମିଳା କଲତା ଅଭିଯୋଗ କରିଥିଲେ।

 

ବିନିକା ବ୍ଲକରୁ ପରକ୍ଷିତ ବାଘଙ୍କ ରିପୋର୍ଟ

Related Articles

Back to top button