State
ଭୋଟର ପଞ୍ଜିକରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।


ବୌଦ୍ଧ-୨୩-୧୧ (ସମର୍ଥ ନ୍ୟୁଜ) ବୌଦ୍ଧ ଜିଲ୍ଲା ସଦର ବ୍ଲକ ବାଉଁଶୁଣି ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭୋଟର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ମାନଭଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୌଦ୍ଧ ତହସିଲଦାର ସୁନିତା ସାହୁ ମୁଖ୍ୟ ଅତିଥି ଓ ବିଏଲଓ ନିରୀକ୍ଷକ ଶରତ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଭୋଟର ପଞ୍ଜିକରଣ କରିବା ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ। ଅଧ୍ୟାପକ ଦେବାର୍ଚ୍ଚନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ୨୫୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ।
ବୌଦ୍ଧରୁ ଉମାକାନ୍ତ ମହାକୁଳଙ୍କ ରିପୋର୍ଟ ସମର୍ଥ ନ୍ୟୁଜ।




