State
ସଂସ୍କାର ଜୁନିୟର କଲେଜରେ ଭୋଟର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ।


ବୌଦ୍ଧ-୧-୧୨ (ସମର୍ଥ ନ୍ୟୁଜ) ବୌଦ୍ଧ ଜିଲ୍ଲା ସଦର ବ୍ଲକ ବାଉଁଶୁଣି ସଂସ୍କାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭୋଟର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁରେନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୌଦ୍ଧ ତହସିଲଦାର ଅନିତା କୁମାରୀ ସାହୁ ମୁଖ୍ୟ ଅତିଥି ଓ ବିଏଲଓ ନିରୀକ୍ଷକ ଶରତ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଭୋଟର ପଞ୍ଜିକରଣ କରିବା ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ। ଅଧ୍ୟାପିକା ଜୟନ୍ତୀ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ପରିଚାଳନାରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ।
ବୌଦ୍ଧରୁ ଉମାକାନ୍ତ ମହାକୁଳଙ୍କ ରିପୋର୍ଟ ସମର୍ଥ ନ୍ୟୁଜ।




