State

ବାଉଁଶୁଣି ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ପ୍ରଶିକ୍ଷଣ ଶିବିର।

ବୌଦ୍ଧ-୭-୧୨ (ସମର୍ଥ ନ୍ୟୁଜ) ବୌଦ୍ଧ ଜିଲ୍ଲା ସଦର ବ୍ଲକ ବାଉଁଶୁଣି ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଇୱାଇଡିପି ବିଭାଗ ପକ୍ଷରୁ ଯୋଗ ପ୍ରଶିକ୍ଷଣ ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ମାନଭଞ୍ଜନ ତ୍ରିପାଠୀ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ଯୋଗଗୁରୁ ଦେବାଶିଷ ପୁରୋହିତ ଛାତ୍ରଛାତ୍ରୀ ମାନଙ୍କୁ ଯୋଗାଭ୍ୟାସ କରାଇବା ସହିତ ଯୋଗର ଉପକାରିତା ବିଷୟରେ ଅବଗତ କରିଥିଲେ। ପଣ୍ଡିତ ସଞ୍ଜୟ ଶଙ୍କର ପୁରୋହିତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବର୍ତ୍ତମାନ

ସମୟରେ ଛାତ୍ରଛାତ୍ରୀ ତଥା ସମସ୍ତ ବ୍ୟକ୍ତିବିଶେଷ ଯୋଗାଭ୍ୟାସ କରିବା ଜରୁରୀ ବୋଲି ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଅଧ୍ୟାପକ ମକର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଦେବାର୍ଚ୍ଚନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଯୋଗ ଶିବିରରେ ୫ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଯୋଗ ଅଭ୍ୟାସ କରିଥିଲେ। ଶିବିର ପରିଚାଳନାରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ।

ବୌଦ୍ଧରୁ ଉମାକାନ୍ତ ମହାକୁଳଙ୍କ ରିପୋର୍ଟ ସମର୍ଥ ନ୍ୟୁଜ।

Related Articles

Back to top button