କଣ୍ଟାମାଳ ହାଇସ୍କୁଲରେ ସୁନେତ୍ର ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ : ଶିବିରରେ ୨୪୨ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା :


କଣ୍ଟାମାଳ, ୧୧/୧୨: (ପ୍ରଭାତ କୁମାର ସାହୁ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ସରକାରୀ ହାଇସ୍କୁଲରେ ସୁନେତ୍ର ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ
ଜିଲ୍ଲା ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗଙ୍କ ମିଳିତ ସହଯୋଗରେ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ‘ସୁନେତ୍ର’ ଶିବିରରେ ମୋଟ ୨୪୨ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା l ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କୁ ଆବଶ୍ଯକୀୟ ଚଷମା ପ୍ରଦାନ କରାଯିବା ପାଇଁ ଚୟନ କରାଯାଇଥିବା ବେଳେ ୮ ଜଣଙ୍କୁ ଉଚ୍ଚ ଚିକିତ୍ସା ପାଇଁ ଉଚ୍ଚଚିକିତ୍ସାଳୟକୁ ପଠାଯାଇଛି । କଣ୍ଟାମାଳ ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୂର୍ଗା ପ୍ରସାଦ ପ୍ରଧାନ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକଭାବେ ଉଦ୍ଘାଟନ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ବଲ୍ଲଭ ପ୍ରଧାନ, ଚକ୍ଷୁ ପରିକ୍ଷକ ସନ୍ତୋଷ କୁମାର ବରାଡ ଓ ମହାନଦୀ ନେତ୍ର ଚିକିତ୍ସାଳୟର ଚିକିତ୍ସକ ମାନେ ପିଲାଙ୍କ ଚକ୍ଷୁ ପରୀକ୍ଷା କରିଥିଲେ ।
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




