କଣ୍ଟାମାଳ ବ୍ଳକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
୧୦ଜଣଙ୍କୁ ମୂଖ୍ୟମନ୍ତ୍ରୀ ପାଣ୍ଠିରୁ ୮୦ହଜାର ଟଙ୍କାର ସହାୟତା ରାଶି ପ୍ରଦାନ

କଣ୍ଟାମାଳ, ତା ୧୮/୧୨ 🙁 ପ୍ରଭାତ କୁମାର ସାହୁ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ସମ୍ମିଳନୀ କକ୍ଷରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ , ଅତିରିକ୍ତ ଏସ. ପି, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରବି ନାରାୟଣ ତ୍ରୀପାଠୀ , ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର, ବିଡିଓ ସାମି ଜୟଶ୍ରୀ ରେଡ୍ଡୀ , ତହସିଲଦାର ସ୍ୱେତପଦ୍ମା ଯୋଶୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଜାହାରି , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ , ସମନ୍ୱିତ ଶିଶୁ ବିକାଶ ଅଧିକାରୀ ଜ୍ୟୋତ୍ସ୍ନା ରାଣୀ ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ , ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଦୁଷ୍ମନ୍ତ କୁମାର ସାମଲ , ସହକାରୀ ଯନ୍ତ୍ରୀ ରାଜକିଶୋର ମଲ୍ଲିକ , ଜଳ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ ଅଜିତ କୁମାର ସେଠୀ , ଵିଇଓ ସନୋଜ କୁମାର ସେଠୀଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇ ଲୋକମାନଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ । ଶିବିରରେ ମୋଟ ୯୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୮୨ଟି ବ୍ୟକ୍ତିଗତ ଓ ୮ଗୋଟି ସାମୁହିକ ଥିଲା l ସେହିପରି ୫୩ଟି ବିଭିନ୍ନ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗଗୁଡିକ ଶୀଘ୍ର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ସ୍ଵାଇଁ ନିର୍ଦ୍ଦେଶ ଦେଇଥିଲେ l ସେହିପରି ୧୦ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ୧୦ହଜାର ଟଙ୍କା ଲେଖାଏଁ ମୋଟ ୮୦ହଜାର ଟଙ୍କା ଓ ଜଣଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା l
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ