Education
ବାଉଁଶୁଣି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ।


ବୌଦ୍ଧ-୨୨-୧୨ (ସମର୍ଥ ନ୍ୟୁଜ) ବୌଦ୍ଧ ଜିଲ୍ଲା ସଦର ବ୍ଲକ ବାଉଁଶୁଣି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶୁକ୍ରବାର ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଦଧିବାମନ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା ପରିଷଦ ସଭାପତି ହୃଦୟ ରଞ୍ଜନ ଖମାରି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଣିତଜ୍ଞ ରାମାନୁଜଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଗଣିତ ଆଚାର୍ଯ୍ୟ ହରିହର ହାତି ଆଚର୍ଯ୍ୟା ନଳିନୀ ଝାଙ୍କର ଗଣିତ ହାଟକୁ ପରିଚାଳନା କରି ଛାତ୍ରଛାତ୍ରୀଙ୍କୁ ଗଣିତ ବିଷୟରେ ଅଭ୍ୟସ୍ତ କରାଇଥିବା ବେଳେ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ।

ବୌଦ୍ଧରୁ ଉମାକାନ୍ତ ମହାକୁଳଙ୍କ ରିପୋର୍ଟ ସମର୍ଥ ନ୍ୟୁଜ।




