ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :


* ବିଭିନ୍ନ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :
ବିନିକା, ୨୬/୧୨ (ସମର୍ଥ ନ୍ୟୁଜ୍)
ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ

ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି, ସାମୁହିକ ଦରଖାସ୍ତ 0୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା, ଶ୍ରୀ ପ୍ରମୋଦ ଚନ୍ଦ୍ର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ନିର୍ବାହୀ ଯନ୍ତ୍ରୀ ପିଏଚଡି ଇଂ ଏ କେ ମୂର୍ତ୍ତି, ଆଇ ଆଇ ସି ବିନିକା ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ବିନିକା ବ୍ଲକରୁ ପରକ୍ଷିତ ବାଘଙ୍କ ରିପୋର୍ଟ




