କଳାପଥର କଲେଜ ରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଯାପିତ


Anchor -ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଜି ନୂଆଁ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଏଡିଇଓ ରାଧାକାନ୍ତ ଗର୍ତ୍ତିଆ, ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ରଥ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଯଶକେତନ ବଘାର ଯୋଗ ଦେଇଥିଲେ।ଏହି ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ସମନ୍ୱିତ ଯୁବ ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ଗୀତ, ନୃତ୍ୟ,ଡ୍ରାମା,ଏକକ ନୃତ୍ୟ ଆଦି

ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ମିଲନ ପଧାନ ଲମ୍ବଡିଆ ରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଲିପସା ବଘାର ୪୦୦ମି ଦୈଡ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।ଏହି କାର୍ଯ୍ୟକ୍ରମ ରେ ନୋଡାଲ ଅଫିସର ପ୍ରତିମା ବାରିକ,ସମାଜସେବା ସଂଯୋଜକ କିଶୋର କୁମାର ସାହୁ, ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜକ ଦେବଯାନୀ ମେସୁଆ, କ୍ରୀଡା ସଂଯୋଜକ ଶିବବ୍ରତ କର୍ଣ୍ଣ ସହଯୋଗ କରିଥିଲେ।ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ।

ଉଲୁଣ୍ଡା ରୁ ରାଜେଶ କୁମାର ବାଘ ଙ୍କ ରିପୋର୍ଟ ସମର୍ଥ ନ୍ୟୁଜ




