ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟର ୩୫ତମ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ


କଣ୍ଟାମାଳ, ୦୬|୦୧ (ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଶିମିଳିପଦର ପଞ୍ଚାୟତ ଅନ୍ତର୍ଗତ ଗବଜୋର ଗ୍ରାମରେ ଥିବା ଗଙ୍ଗାଧର ମେହେର ଉଚ୍ଚ ବିଦ୍ୟାଳୟର ୩୫ତମ ସ୍ଵନକ୍ଷତ୍ର ଦିବସ ଶନିବାର ଅନୁଷ୍ଠିତ ହୋଇଯାଇଛି | ଦୁଇ ଦିନ ଧରି ଆୟୋଜିତ ସ୍ଵନକ୍ଷତ୍ର ଉତ୍ସବରେ ଶୁକ୍ରବାର ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା | ପ୍ରଧାନ ଶିକ୍ଷକ ଅର୍ଜ୍ଜୁନ ବସ୍ତିଆଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନୋଜ କୁମାର ସେଠୀ, ଅବସରପ୍ରାପ୍ତ ଶିକ୍ଷକ ସତ୍ୟନାରାୟଣ ଦାସ, କମିଟି ସଭାପତି ମିତ୍ରଭାନୁ ସାହୁ ଓ ସମ୍ପାଦକ ତଥା ସରପଞ୍ଚ ସାର୍ଦ୍ଦୁଲ ନାଗ ପ୍ରମୁଖ ଯୋଗ ଦେଇଥିଲେ | ଉଦ୍ଘାଟନୀ ଉତ୍ସବ ପରେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା | ପରେ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିବା ବେଳେ କ୍ରୀଡା ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା | ସନ୍ଧ୍ୟା ଅଧିବେଶନର ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜଙ୍ଗଲ, ପରିବେଶ ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ , ସମ୍ମାନୀତ ଅତିଥି ଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା, ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର, ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ଜିଲ୍ଲା ପରିଷଦ ସଭ୍ୟା ସୁମିତ୍ରା ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ଓ ମୁଖ୍ୟବକ୍ତା ଭାବରେ ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ ପ୍ରମୁଖ ଯୋଗଦାନ କରି ସ୍ଵନକ୍ଷତ୍ର ପାଳନରେ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ ଓ ପୁରାତନ ସ୍କୃତି ଚାରଣର ସୁଯୋଗ ଦେଇଥାଏ ବୋଲି ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ପୁରାତନ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ନାଚଗୀତରେ ମଞ୍ଚ ଦୁଲୁକେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୁରାତନ ଛାତ୍ର, ବର୍ତ୍ତମାନ ଛାତ୍ର ଓ ଶିକ୍ଷକମାନଙ୍କ ସହ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




