Politics

ଲାଞ୍ଜିଗଡ ବିଜେପି ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ

କଳାହାଣ୍ଡି ସାଧାରଣ ନିର୍ବାଚନର ଷଷ୍ଟ ଦିନରେ ବିଜେପି ଦଳର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀ ଆଶୀର୍ବାଦ ଭିକ୍ଷା କରି ନିଜର ସମର୍ଥକଙ୍କ ସହ ଶକ୍ତି ପ୍ରଦର୍ଶନ କରିଥିଲେ। ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବିଜେପି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝୀ ମଧ୍ୟ ନିଜର ସମର୍ଥକ ମାନଙ୍କ ସହ ନାମାଙ୍କନ ପାତ୍ର ଦାଖଲ କରିଛନ୍ତି ।ବିଜେପି ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝୀ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ମନ୍ଦିରରୁ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ପରେ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପାତ୍ର ଦାଖଲ କରିଛନ୍ତି। ଏନେଇ ରମେଶ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ବିକାଶ ମୂଳକ କାର୍ଯ୍ୟ ଓ ମୋଦୀ ଗ୍ୟାରେଣ୍ଟି ସହ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଲୋକଙ୍କ ନିକଟକୁ ଯାଇ ଭୋଟ ଭିକ୍ଷା କରିବେ ବୋଲି ସୂଚନା ଦେଇଛନ୍ତି। ଭବାନୀପାଟଣା ରୁ ପ୍ରମୋଦ କୁମାର ସାହୁ ସମର୍ଥ ନିୟୁଜ

Related Articles

Back to top button