Politics

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ।

ଭବାନୀପାଟଣା: ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଓଡ଼ିଶାରେ ବିଜେପିକୁ କ୍ଷମତାକୁ ଆଣନ୍ତୁ।କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି, ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି।ଏହା ହେଉଛି ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ବରୀଙ୍କ ଧରିତ୍ରୀ। କଳାହାଣ୍ଡି ଗରିବୀ ଓ ଦାରିଦ୍ର ପାଇଁ ପରିଚିତ। ପ୍ରତ୍ୟେକ ଅଞ୍ଚଳ ବିକଶିତ ନହେଲେ ବିକଶିତ ଭାରତ ସମ୍ଭବ ନୁହେଁ । ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ, କିନ୍ତୁ କଂଗ୍ରେସ ଦ୍ୱାରା ଏହା ସମ୍ଭବ ହେଲାନି। ହେଲେ ମୋଦୀ କରି ଦେଖାଇଲେ ।୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭବାନୀପାଟଣା ରୁ ପ୍ରମୋଦ କୁମାର ସାହୁ ସମର୍ଥ ନିୟୁଜ

Related Articles

Back to top button