ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ ପାଳିତ


ଢେଙ୍କାନାଳ:ତା.୨୧.୦୬.୨୦୨୪ ରିଖ (ଶୁକ୍ରବାର): ( ) ପ୍ରାତଃ ଘ.୦୭.୦୦ ଟିକା ସମୟରେ ସ୍ଥାନୀୟ ଶତାୟୁ, ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ ନିରାଡାମ୍ବର ଭାବରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ସମର ଶିକ୍ଷାର୍ଥୀ ଜଳ,ସ୍ଥଳ,ଆକାଶ ଓ ବାଳିକା ବାହିନୀର ବର୍ତ୍ତମାନର ଓ ପ୍ରାକ୍ତନ ପ୍ରାୟ ୩୦୦ ଜଣ ସମର ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ)ଜୁନିୟରଙ୍କ ପରୋକ୍ଷ ମାର୍ଗଦର୍ଶନରେ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସ୍ଵୀୟ ଅଭିଭାଷଣରେ ଯୋଗ,ଆସନ,ପ୍ରାଣାୟାମ ଆଦି ପ୍ରତିଦିନ ଅଭ୍ୟାସ କଲେ ନିଜ ଦେହ,ମନକୁ ନିରୋଗ,ସୁସ୍ଥ,ସୁରକ୍ଷିତ ଓ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ, ଉପସଭାପତି ସୁପ୍ରଭା ସ୍ୱାଇଁ,ସଦସ୍ୟା ଝରଣା ପାତ୍ର,ମୀନା ନାଏକ,ସୀମା ରାଣୀ ସାହୁ,ପ୍ରଭାସିନୀ ସାହୁ,ବିଜୟଲକ୍ଷ୍ମୀ ଜେନା,ଲକ୍ଷ୍ମୀକାନ୍ତ ଜେନା,ଦିଲାବର ହୁସେନ,ବିରଞ୍ଚି ନାଏକ, ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,ବରିଷ୍ଠ ଶିକ୍ଷୟିତ୍ରୀ ସୁନିତାବାଳା ଷଡ଼ଙ୍ଗୀ,ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ଦିପ୍ତିଶ କୁମାର ଶତପଥୀ, ସମର ଶିକ୍ଷାର୍ଥୀ ନୌବାହିନୀ ବାଳକ ଓ ବାଳିକା ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ କିରଣମୟୀ ମହାଳିକ,କଲ୍ୟାଣୀ ବଡ଼ଜେନା,ଭୂପେନ୍ଦ୍ର ସିଂ ମାଝୀ,କିରଣ କଣ୍ଟା,ସପର୍ଯ୍ୟା ଶୁଭଶ୍ରୀ ମିଶ୍ର,ଡେପୁଟେସନରେ କାର୍ଯ୍ୟରତା ଶିକ୍ଷୟିତ୍ରୀ ସୁନିତା ନାଥ,କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନା, ସ୍ମିତା ପଟ୍ଟନାୟକ,ଅନିତା ସାହୁ,ବରିଷ୍ଠ କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ ଓ ସୁଦର୍ଶନ ସାହୁ,ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଯୋଗଦାନ କରି ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ।ପରିଶେଷରେ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ କୁ କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନାଙ୍କ ସହ ମିଳିତଭାବେ ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।




