Education

କଣ୍ଟାମାଳ ହାଇସ୍କୁଲରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ :

କଣ୍ଟାମାଳ, ୧୮/୯:(ପ୍ରଭାତ କୁମାର ସାହୁ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ଗାଚରଣ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧବ ମହାଲିକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସର୍ବପ୍ରଥମେ ବିଦ୍ୟାଳୟର ଜୁନିଅର ରେଡ଼କ୍ରସ୍ ସ୍ଵେଚ୍ଛାସେବୀଙ୍କ ଦ୍ବାରା ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା।ପରେ ସମସ୍ତ ଅତିଥି ପ୍ରକଳ୍ପବୁଲି ଦେଖିଥିଲେ। କାର୍ଯ୍ୟକ୍ରମରେ ବିଚାରକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗୋଛାପଡ଼ାର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ଓ ସରକାରୀ ଉଚ୍ଚ ବିଦ୍ୟାଳୟ ଦହ୍ୟାର ବିଜ୍ଞାନ ଶିକ୍ଷକ ସଞ୍ଜୟ କୁମାର ବିଶ୍ବାଳ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଉପସ୍ଥାପନ କରାଯାଉଥିବା ବିଜ୍ଞାନ ତଥ୍ୟକୁ ସଠିକ୍ ଭାବରେ ବିଚାର କରିଥିଲେ।ଏହି କଣ୍ଟାମାଳ ବ୍ଲକ ଅନ୍ତର୍ଗତ ୨୨ ଟି ଉଚ୍ଚ ବିଦ୍ୟାଳୟ ଓ ୬ଟି ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମନୋରଂଜନ ପ୍ରଧାନ ପରିଚାଳନା କରିଥିବା ବେଳେ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। କାପରିଶେଷରେ ବିଜ୍ଞାନ ଶିକ୍ଷୟିତ୍ରୀ ହେମବନ୍ତି ବାଘ ଧନ୍ୟବାଦ ଦେଇଥିଲେ।

କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ

Related Articles

Back to top button