ଲକ୍ଷ୍ମୀ ନାରାୟଣ ପାଠାଗାର ତରଫରୁ ପଞ୍ଚାୟତ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଠିତ ।


କଣ୍ଟାମାଳ: -୨୬/ ୧/୨୫ (ପ୍ରଭାତ କୁମାର ସାହୁ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ପଞ୍ଚାୟତ ବରଗାଁ (ମ।ର୍ଡୋଲ) ସ୍ଥିତ ଲକ୍ଷ୍ମୀନାରାୟଣ ପାଠାଗାର ତରଫରୁ ୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଲମ୍ବସରି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସମସ୍ତ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକ କ୍ରୀଡ଼ା ପ୍ରତିଯୋଗିତା ର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନୋଜ କୁମାର ସେଠୀ ,କଣ୍ଟାମାଳ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ପ୍ରଧାନ, ଲମ୍ବସରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ ମେଣ୍ଡିଲି,ଅବସରପ୍ରାପ୍ତ ଶିକ୍ଷକ ବଂଶୀଧର କର୍ମୀ,ମୁଖ୍ୟ ବକ୍ତା ଭାବରେ ଶିକ୍ଷାବିତ୍ ସୁବଳ ଚନ୍ଦ୍ର ବାରିକ ଏବଂ ଲକ୍ଷ୍ମୀ ନାରାୟଣ ପାଠାଗାର ର ମୁଖ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ସନ୍ତୋଷ କୁମାର ମଲ୍ଲିକ, ସୁଶାନ୍ତ କୁମାର ମଲ୍ଲିକ,ସଭାପତି ସୁମନ୍ତ ଛତ୍ରିଆ,ସମ୍ପାଦକ ବୀରେନ ପ୍ରସାଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗୀତାର କୃତି
ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ସ୍ୱରୂପ ପ୍ରମାଣପତ୍ର ସହ କପ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପାଠାଗାରର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




