ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃକ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୮ମ ଦିନ

ବାରିପଦା – ତା :- ୨୯/୦୪/୨୦୨୫ ରିଖ ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ କନିଷ୍ଠ ପୁରୁଷ ( ୧୬ ଓ ୧୯ ବର୍ଷରୁ କମ ) କ୍ରିକେଟ ଟୁର୍ଣ୍ଣାମେଣ୍ଟର ୮ମ ଦିନର ମ୍ୟାଚରେ ରାଇରଙ୍ଗପୁର କ୍ଲବ ମୟୁରଭଞ୍ଜ ଗ୍ରୀନକୁ ୯୫ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ରାଇରଙ୍ଗପୁର କ୍ଲବ ୨୬. ୪ ଓଭରରେ ସମସ୍ତ ଉଇକେଟ ହରାଇ ୧୨୩ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ସୁରାଇ ହେମ୍ବ୍ରମ ୩୫ ଓ ପ୍ରିୟଙ୍କ ପଟ୍ଟନାୟକ ୨୯ ରନ କରିଥିବା ବେଳେ ବିପକ୍ଷ ଦଳର ଦିବ୍ୟ ରଞ୍ଜନ ସାହୁ ୩ଟି ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ମୟୁରଭଞ୍ଜ ଗ୍ରୀନ କ୍ଲବ ୧୨.୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୨୮ ରନ ସଂଗ୍ରହ କରିପାରିଥିଲେ I ବିପକ୍ଷ ଦଳର ରୋଶନ ଚୌଧୁରୀ ଓ ରୁଚିକା ମଣ୍ଡଳ ୪ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ I ରୋଶନ ଚୌଧୁରୀ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଦିଲ୍ଲୀପ ଦାସ ଓ ଅମିତାଭ ପଟ୍ଟନାୟକ ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ ମହାରଣା ସ୍କୋରିଂରେ ସହାୟତା କରିଥିଲେ I ପୂର୍ବତନ କ୍ରିକେଟ ଖେଳାଳି ତଥା ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ, କ୍ରିକେଟ ସମ୍ପାଦକ ପ୍ରସନ୍ନଜିତ ମହାନ୍ତି, ସହ ସମ୍ପାଦକ ବୈଦ୍ୟନାଥ ରଥ, ଅଶୋକ ପଟ୍ଟନାୟକ ଓ ଅମ୍ବିକା ରାଉତ ପ୍ରମୁଖ ଉପସ୍ଥିତ ରହି ଯୁବ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଆସନ୍ତା କାଲି ରାଇରଙ୍ଗପୁର ଓ ବି ସି ଏ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହେବ I