Breaking News

ଡ଼ାବରାଗୁଡା ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

 ମୋହନା:0୯/0୬/୨୫(ସୁବିତ କୁମାର ନାୟକ)ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମେତ ଛେଲାଗଡ, ମହେନ୍ଦ୍ରଗଡ ଓ ଛେଳିଗଡ଼ ପଞ୍ଚାୟତର ୫୪ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ଆଠ ଗୋଟି ଆସିଥିବା ବେଳେ ସାମୁହିକ ୪୬ ଗୋଟି ଅଭିଯୋଗ ଆସିଥିଲା ।ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଅଭିଯୋଗ ଶୁଣାଣିରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜଣକୁ ହ୍ୱିଲଚେୟାର ବଣ୍ଟନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

Related Articles

Back to top button