Breaking News
ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ :-


ହରଭଙ୍ଗା (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଠାରେ ଥିବା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା l ଜିଲ୍ଲାପାଳ ଶ୍ରୀ ପଣ୍ଡା ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ତାର ଭିତ୍ତିଭୂମି ଅନୁଧ୍ୟାନ କରିବା ସହିତ ବିଭାଗୀୟ ଅଧିକାରୀ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ | ତା ସହିତ ଏକ୍ସରେ ଗୃହ, ଔଷଧ ବିତରଣ ଗୃହ ଓ ରୋଗୀ ୱାର୍ଡ ପରିଦର୍ଶନ କରିଥିଲେ | ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ସ୍ବାସ୍ଥ୍ୟ ମିଶନର DPM ଗିରିଜା ପ୍ରସାଦ ମିଶ୍ର, ବ୍ଲକ୍ ପରିଚାଳକ ଅରୁଣ କୁମାର ପାଢୀ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l




