ବରପଦର ସ୍କୁଲରେ ସୁରଭି-୨୦୨୫ କାର୍ଯ୍ୟକ୍ରମ


କଣ୍ଟାମାଳ,୧୬।୧୦I୨୫ ସମର୍ଥ ସମାଚାର(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ କୁଲୁତାଜୋର ପଞ୍ଚାୟତ ଅନ୍ତର୍ଗତ ବରପଦର ଉ. ପ୍ରା. ବିଦ୍ୟାଳୟରେ କୁଲୁତାଜୋର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ନୀଳାଞ୍ଚଳ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ ମୁଖ୍ୟ ଅତିଥି, ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ନୂଆଁପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ ଅନନ୍ତ ଚରଣ କ୍ଷେତୀ, କ୍ଲଷ୍ଟର ସଂଯୋଜକ ଶ୍ୱେତ ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ପିଲାଙ୍କ ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ପାଇଁ ସୁରଭି ହେଉଛି ଏକ ସୁନ୍ଦର କାର୍ଯ୍ୟକ୍ରମ ବୋଲି ଅତିଥି ମାନେ କହିଥିଲେ l ବିଭିନ୍ନ ବିଭାଗରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା l କାର୍ଯ୍ୟକ୍ରମରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ l
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ସମାଚାର




