Breaking News
ବିଶ୍ଵ ହାତଧୁଆ ଦିବସ ପାଳିତ


କଣ୍ଟାମାଳ, ୧୫।୧୦I୨୫ ସମର୍ଥ ସମାଚାର(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ନୂଆଁପାଲିସ୍ଥିତ ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବିଶ୍ବ ହାତଧୁଆ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ ଚରଣ କ୍ଷେତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ରୋଜାଲିନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଦାନ କରିଥିବା ନିୟମ ଅନୁଯାୟୀ ହାତଧୁଆର ଛଅ ସୋପାନ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇବା ସହିତ ପ୍ରତିଦିନ ସାବୁନ ମାଧ୍ୟମରେ ହାତକୁ ଧୋଇବା ଓ ପରିଷ୍କାର ରଖିବା । ଶରୀରର ସ୍ଵଚ୍ଛତା ନିଜ ହାତରେ ବୋଲି କହି ଥିଲେ । କାର୍ଯ୍ୟକ୍ରମରେ ଅଙ୍ଗନବାଡି କର୍ମୀ, ଆଶା ଦିଦି, ଶିକ୍ଷକ, ଅଭିଭାବକ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l
କଣ୍ଟାମାଳରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ




