Breaking News

ଯୁବରାଜ ହାଇସ୍କୁଲରେ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ

 

 

ତାଳଚେର, ୧୯/୧୦ ତାଳଚେର ବ୍ଲକ ଯୁବରାଜ ହାଇସ୍କୁଲ ପରିସରରେ ଏକ ଦିବସୀୟ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡେରା କଲିୟରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ବୀଣାପାଣି ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ମୁଖ୍ୟ ବକ୍ତା ଭାବରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଖଗେଶ୍ୱର ବେହେରା, ସମ୍ମାନୀତ ଅତିଥି ଭାବରେ ଯୁବରାଜ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ସଦାନନ୍ଦ ପଣ୍ଡା, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଅମ୍ବୁଜ ଗଡ଼ନାୟକ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯକ୍ରମରେ ତାଳଚେର ବ୍ଲକ ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିତର୍କ,ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍‌, ସୃଜନଶୀଳ ଲେଖନ, ନୃତ୍ୟ, ବକ୍ତୃତା, ସଙ୍ଗୀତ ଓ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟଅତିଥି ଶ୍ରୀ ସାହୁ ମାନପତ୍ର ଓ ଉପଢୌକନ ଦେଇ ପୁରସ୍କୃତ କରିଥିଲେ । ଦଳଗତ ସାଂସ୍କୃତିକ ପ୍ରତିଯୋଗିତାରେ ସାଉଥବଲଣ୍ଡାସ୍ଥିତ ନୀଳକଣ୍ଠେଶ୍ୱର ବିଦ୍ୟାପୀଠ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲାସ୍ତରୀୟ ସୁରଭି ପ୍ରତିଯୋଗିତାକୁ ଉନ୍ନୀତ ହୋଇଥିଲା । ଏହି ଅବସରରେ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ନୀଳକଣ୍ଠେଶ୍ୱର ବିଦ୍ୟାପୀଠର ପ୍ରଧାନଶିକ୍ଷୟତ୍ରୀ ବେବିନାରାଣୀ ନାହାକ,ଶିକ୍ଷକ ବିଭୂତି ଭୂଷଣ ବେହେରା, କୁନ୍‌ମୁନ୍ ସ୍ୱାଇଁ, ସ୍ନିଗ୍ଧାରାଣୀ ରାଉତ ଅଭିନନ୍ଦନ ଜଣାଇଥିଲେ । କାର୍ଯ୍ୟକ୍ରମକୁ ଘଂଟପଡ଼ା ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ଇସ୍‌ପିତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ତାଳଚେର ବ୍ଲକର ସମସ୍ତ ସିଆରସିସି ଓ ଶିକ୍ଷକ,ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ ।

ତାଳଚେର ରୁ ସିରାଜ ଖାଁନ ସମର୍ଥ ସମାଚାର

Related Articles

Back to top button