Breaking News

କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ।


ମୋଟ ୬୩ ଅଭିଯୋଗ ପଞ୍ଜିକୃତ ।
ସେଥିମଧ୍ୟରୁ ବ୍ୟକ୍ତିଗତ ୫୫ ଓ ଆନୁଷ୍ଠାନିକ ୮ ।

କଣ୍ଟାମାଳ: ୨୭.୧୦.୨୦୨୫ (ପ୍ରଭାତ କୁମାର ସାହୁ)
ସୋମବାର ଦିନ ସକାଳ ୧୦ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ l ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ,ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଙ୍କ ସହ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ସମାଧାନ ପାଇଁ ସହଯୋଗ କରିଥିଲେ | ଏଥି ସହିତ ଦୁର୍ନୀତି ନିବାରଣ ସଚତନତା ସପ୍ତାହ ର ପ୍ରଥମ ଦିନରେ ଜିଲ୍ଲାପାଳ ସମସ୍ତ ଅଧିକାରୀ ଙ୍କୁ ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଏକ ଶପଥ ପାଠ କରାଇ ଥିଲେ l ପରେ ପରେ ଚାଷୀ ମାନଙ୍କୁ ମୂର୍ତ୍ତିକା ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ l

କଣ୍ଟାମାଳରୁ ପ୍ରଭାତ କୁମାର ସାହାଙ୍କ ରିପୋର୍ଟ ସମର୍ଥ ସମାଚାର

Related Articles

Back to top button