Breaking News

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ l ୯୮ଲକ୍ଷ ୬ ହଜାର ୫୯୨ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୫ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ l
ନୂଆପଡା, ତା ୩୧ /୧୦/୨୦୨୫
ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ ଚାଲିଛି l ଗତ ୩୦ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୨୧୫ ଲି ହାତ ରନ୍ଧା ମଦ, ,୩୬ ଲି ବାହାର ଭାଟି ମଦ, ୫ କେଜି ଗାଞ୍ଜା ଏବଂ ୬୫୫୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୪ ଲକ୍ଷ ୨୯ ହଜାର ୭୦୦ ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୬୯ଲି ବିଅର୍, ୩୮ଲି ବିଦେଶୀ ମଦ, ୫୭୯୫ ଲି ହାତ ରନ୍ଧା ମଦ,୧୨୦୭ ଲି ବାହାର ଭାଟି ମଦ ,୬୦ କେଜି ଗଞ୍ଜେଇ ଏବଂ ୧,୩୬ ,୭୦୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୯୮ ଲକ୍ଷ ୬ ହଜାର ୫୯୨ ଟଙ୍କା ହେବ l ଏହା ସହିତ ପାଞ୍ଚ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l ବର୍ତ୍ତମାନ ସୁଦ୍ଧା ୧୮୫ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୧୦୪ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି l ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

Related Articles

Back to top button