ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ l ୧କୋଟି ୧୬ ଲକ୍ଷ ୦୬ ହଜାର ୩୮୬ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୬ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ l


ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ ଚାଲିଛି l ଗତ ୦୪ ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୧୫୦ଲି ହାତ ରନ୍ଧା ମଦ, ୧୦୭ଲି ବାହାର ଭାଟି ମଦ, ୪୩୦୦ କେଜି ମହୁଲ ପୋଚ ଏବଂ ଗୋଟିଏ ବାଇକ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ୨୧ ହଜାର ୮୫୦ ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୭୭ ଲି ବିଅର୍, ୪୨ ଲି ବିଦେଶୀ ମଦ, ୬୭୬୫ ଲି ହାତ ରନ୍ଧା ମଦ, ୧୪୧୯ ଲି ବାହାର ଭାଟି ମଦ ,୬୦କେଜି ଗଞ୍ଜେଇ ଏବଂ ୧,୬୬ ,୬ ୫୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୧ କୋଟି ୧୬ ଲକ୍ଷ ୦୬ ହଜାର ୩୮୬ ଟଙ୍କା ହେବ l ଏହା ସହିତ ଛଅ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l ବର୍ତ୍ତମାନ ସୁଦ୍ଧା ୨୨୭ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୧୨୩ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି l ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି lନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ




