Breaking News

ଭିକାରୀ ନାଏକ କଳା ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଆଦର୍ଶ ସଂସଦ କାର୍ଯ୍ୟାଳୟ ଅନୁଷ୍ଠିତ :-

ବୌଦ୍ଧ (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଟାଉନ ହଲ୍ ପରିସରରେ ଆଦର୍ଶ ସଂସଦ କାର୍ଯ୍ୟାଳୟ ଉଦଯାପିତ ହୋଇ ଯାଇଛି l ଉଦଯାପନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଯୋଗ ଦେଇଥିଲେ | ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲ ଯୋଗ ଦେଇଥିଲେ | ଆଜି ସକାଳେ ଅନୁଷ୍ଠିତ ଉଦଘାଟ ଉଦଘାଟନ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଅଧ୍ୟକ୍ଷତା କରିଥିଲେ | ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ବୌଦ୍ଧ ବ୍ଲକ ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ, ହରଭଙ୍ଗା ବ୍ଲକ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ ବେହେରା ଯୋଗ ଦେଇ ଉଦଘାଟନ କରିଥିଲେ | ବିଭିନ୍ନ ବିଦ୍ୟାଳୟର କ୍ରୀଡା ଶିକ୍ଷକ, ଶିକ୍ଷକ, ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ଆଦର୍ଶ ସଂସଦ ଅନୁଷ୍ଠିତ ହୋଇଥିଲା |

Related Articles

Back to top button