Orisha

ବାଉଁଶୁଣି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ।

ବୌଦ୍ଧ-୫-୯ (ସମର୍ଥ ନ୍ୟୁଜ) ବୌଦ୍ଧ ଜିଲ୍ଲା ସଦର ବ୍ଲକ ବାଉଁଶୁଣି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ ହୋଇଯାଇଛି। ପରିଷଦର ଉପସଭାପତି ସଦାନନ୍ଦ ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନେ ଗୁରୁଙ୍କ ଆଦେଶ ଅନୁଯାୟୀ କାର୍ଯ୍ୟ କଲେ ଭବିଷ୍ୟତରେ ସେମାନେ ଜଣେ ଜଣେ ସୁନାଗରିକ ହୋଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ। ବୌଦ୍ଧ ସଙ୍କୁଳ ପ୍ରମୁଖ ଦଶରଥ ମେହେର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଗୁରୁ ଦିବସ ପାଳନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଦଧିବାମନ ରଣା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ, ଆଚାର୍ଯ୍ୟ ହରିହର ହାତି ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିବା ସହିତ ଗୁରୁପୂଜନ  କାର୍ଯ୍ୟକ୍ରମ କରିଥିଲେ।

ବୌଦ୍ଧରୁ ଉମାକାନ୍ତ ମହାକୁଳଙ୍କ ରିପୋର୍ଟ ସମର୍ଥ ନ୍ୟୁଜ।

Related Articles

Back to top button