ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ l


ବୌଦ୍ଧ: 25/09- ବୌଦ୍ଧ ବ୍ଲକ ଅଁଳାପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ଅଁଳାପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କଁହର ପ୍ରମୁଖ ଉପସ୍ଥିତ ରହି ଜଗନ୍ନାଥ ପ୍ରତିମୂର୍ତ୍ତି ରେ ଦୀପ ପ୍ରଜ୍ଜ୍ବଳନ କରି ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ତହସିଲଦାର ପ୍ରୀତିବାଲା ରଣା, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ବୌଦ୍ଧ ଏବିଡ଼ିଓ ତଥା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଶ୍ୱନି କୁମାର ପାଣ୍ଡେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଅଁଳାପାଲି ପଂଚାୟତ ତଥା ଆଖ ପାଖ ପଂଚାୟତ ର ହିତାଧିକାରୀ ମାନେ ବିଭିନ୍ନ ସମସ୍ୟା ନେଇ ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ।ସମସ୍ତ ହିତାଧିକାରୀଙ୍କ ସମସ୍ୟା ର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଥିଲେ ।
ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ସମର୍ଥ ନିୟୁଜ



