Orisha

ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ସମୀକ୍ଷା ବୈଠକ ଅନୁଷ୍ଠିତ l 

ବୌଦ୍ଧ -28-09-ବୌଦ୍ଧ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅବସରରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନେଇ ଜ଼ିଲ୍ଲାପାଳ ସମୀକ୍ଷା କରିଥିଲେ l ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇ ବ୍ୟାପକ ଜନସଚେତନତା ସହିତ ଜ଼ିଲ୍ଲାରେ ଶିଶୁମାନଙ୍କ ସୁରକ୍ଷା ପାଇଁ ପଂଚାୟତ ସ୍ତରୀୟ ଶିଶୁ ସୁରକ୍ଷା କମିଟି ଗୁଡିକୁ ଅଧିକ କ୍ରୀୟାଶିଳ କରାଯିବାକୁ ଜ଼ିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ଜ଼ିଲ୍ଲାରେ ବାଲ୍ୟ ବିବାହ ପ୍ରବଣ ଅଂଚଳ ଚିହ୍ନଟ କରିବା, ପ୍ରବାସୀ ଶ୍ରମିକଙ୍କ ପରିବାର ନେଇ ସର୍ଭେ କରାଯିବାକୁ ଜ଼ିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କାର୍ଯ୍ୟକ୍ରମରେ ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ , ଜ଼ିଲ୍ଲା ସମାଜ ମଂଗଳ ଅଧିକାରୀ ସୁବାସ ଚନ୍ଦ୍ର ସାମଲ, ଜିଲ୍ଲା ଚିକିତ୍ସା ମୁଖ୍ୟ ଡାକ୍ତର ସଂଘମିତ୍ରା ପଣ୍ଡା, ଜ଼ିଲ୍ଲା ବାଲ୍ୟ ବିବାହ ନିରାକରଣ ପରାମର୍ଶଦାତ୍ରୀ ପ୍ରବିଜ୍ଞା ଦାସ , ସମସ୍ତ ସିଡିପିଓ ଓ ଅନ୍ୟମାନେ ସାମିଲ ହୋଇଥିଲେ l

 

ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ସମର୍ଥ ନିୟୁଜ

Related Articles

Back to top button