Orisha

ମା’ ଶାରଳାଙ୍କୁ ଦର୍ଶନ କଲେ ସ୍ଵାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ ପ୍ରଶାନ୍ତ ମୁଦୁଲି 

 

ତିର୍ତ୍ତୋଲ :- ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଙ୍କ ସହିତ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି,ଝଙ୍କଡ଼ର ଅଧିଷ୍ଠାତ୍ରୀ ଦେବୀ ମା ଶାରଳା ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ପହଞ୍ଚି ମାଆଙ୍କ ସଂଧ୍ୟା ଆରତୀ ଦର୍ଶନ କରି , ମନ୍ଦିର ବେଢ଼ା ପରିକ୍ରମା କରି ଥିଲେ ! ଶାରଳା ମନ୍ଦିରର ପରିଛା ପଣ୍ଡିତ ସୁଦାମ ଚରଣ ପଣ୍ଡା , ମୂଖ୍ୟପୂଜକ ରଞ୍ଜନ କୁମାର ପଣ୍ଡା , ସେବାୟତ ସଂଘ୍ ର ସଭାପତି ବିଜୟ କୁମାର ରାଉଳ , ବରିଷ୍ଠ ସେବାୟତ କ୍ଷୀରୋଦ କୁମାର ରାଉଳ , ରଞ୍ଜନ କୁମାର ରାଉଳ , ବିଶ୍ଵରଞ୍ଜନ ରାଉଳ , ସିଦ୍ଧାର୍ଥ ରାଉଳ, ରମେଶ ଚନ୍ଦ୍ର ରାଉଳ ଓ ରମାକାନ୍ତ ରାଉଳ ପ୍ରମୁଖ, ମାନ୍ୟବର ମନ୍ତ୍ରୀ ଓ ବିଧାୟକଙ୍କୁ ମା ଶାରଳା ଙ୍କ ଫଟୋଚିତ୍ର , ଆଜ୍ଞାମାଳ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନୀତ ଓ ସମ୍ବର୍ଦ୍ଧିତ କରିଥିବାର ଦେଖିବାକୁ ମିଳିଥିଲା । ସ୍ଥାନୀୟ ଅଞ୍ଚଳର ଅଧିବାସୀ ମାନଙ୍କ ତରଫରୁ ଇଞ୍ଜିନିୟର ସୁମିତ ଦାସ , ଯଶୋବନ୍ତ ରାଉତ ଓ ନିଲୁ ମହାପାତ୍ର ପ୍ରମୁଖ, କନକପୁର ସ୍ଵାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ରେ ପରିଣତ କରିବା ପାଇଁ ମନ୍ତ୍ରୀ ଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତିର୍ତ୍ତୋଲ ତହସିଲଦାର ଅମୂଲ୍ୟ କୁମାର ସାହୁ , ସାରଳାମନ୍ଦିର ପ୍ରଶାସନ ର କାର୍ଯ୍ୟନିର୍ବାହୀ ଅଧିକାରୀ ସୌର୍ଯ୍ୟରଞ୍ଜନ ପରିଜା , ତିର୍ତ୍ତୋଲ ଥାନା ଆଇ ଆଇ ସି ଅଭିମନ୍ୟୁ ନାୟକ, କନକପୂର ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ର ଡାକ୍ତର ଓ ସ୍ଵାସ୍ଥ୍ୟକର୍ମୀ ମାନଙ୍କ ସହିତ ସ୍ଥାନୀୟ ଅଞ୍ଚଳର ଅଧିବାସୀ ମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ! ଉଭୟ ନେତା କନକପୁର ସ୍ଵାସ୍ଥ୍ୟକେନ୍ଦ୍ର ର ଉନ୍ନତିକରଣ ନିମନ୍ତେ ସରକାର ଯଥାର୍ଥ ଦୃଷ୍ଟି ଦେବେ ବୋଲି ପ୍ରତିଶ୍ରୁତି ଦେବା ପରେ, ସମସ୍ତଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିଲା !

 

ଜଗତସିଂହପୁର ରୁ ଭାଗବତ ପ୍ରସାଦଙ୍କ ରିପୋର୍ଟ ସମର୍ଥ ନ୍ୟୁଜ ଓଡିଶା !

Related Articles

Back to top button