ରୁଣ୍ଡିମହୁଲ ବିଦ୍ୟାଳୟର ପରିସରରେ ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ


କଣ୍ଟାମାଳ,୨।୧୦: (ପ୍ରଭାତ କୁମାର ସାହୁ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତିରପିତା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁ ଦାସଙ୍କ ନବ ନିର୍ମିତ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ସାମ୍ବାଦିକ ସଂଘ ବୌଦ୍ଧ ଜିଲ୍ଲା ସଭାପତି ପୂର୍ଣ୍ଣ ଚରଣ ସାହୁ ଓ ସାମ୍ବାଦିକ ରଞ୍ଜନ କୁମାର ପାତ୍ର,ଅଙ୍ଗନୱାଡ଼ି କର୍ମୀ ମାଧୁରୀ ପାଣ୍ଡିଆ,ସହକାରୀ ଶିକ୍ଷକ ଅକ୍ରୁର ପ୍ରଧାନ,ଆଲୋକ କୁମାର ସାହୁ,ପୂଜକ ଅଶୋକ କୁମାର ଦାସଙ୍କ ସମେତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।ପରେ ବିଦ୍ୟାଳୟ ଶ୍ରେଣୀଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ଅବସରରେ ଏକ ସଭା ପ୍ରଧାନ ଶିକ୍ଷକ ଜଗନ୍ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ଶ୍ରୀ ମହାପାତ୍ର ଛାତ୍ରଛାତ୍ରୀମାନଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନୀ ଓ ତାଙ୍କର ଲକ୍ଷ୍ୟ ସ୍ୱଚ୍ଛ ଭାରତ ଗଠନ ବିଷୟରେ ବକ୍ତବ୍ୟ ରଖିଥିଲେ ।ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମରେ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।
କଣ୍ଟାମାଳ ବ୍ଳକରୁ ପ୍ରଭାତ କୁମାର ସାହୁଙ୍କ ରିପୋର୍ଟ ସମର୍ଥ ନିୟୁଜ, ଓଡିଶା



